ଓଡିଶା

odisha

ETV Bharat / city

ଆସନ୍ତା ୨୭ରେ ପ୍ରସ୍ତାବିତ ଭାରତ ବନ୍ଦକୁ କଂଗ୍ରେସର ସମର୍ଥନ

କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଣୀତ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତୀୟ ଜାତୀୟ କଂଗ୍ରେସ ଏହି ବନ୍ଦକୁ ସମର୍ଥନ ନେଇ ଘୋଷଣା କରିଛି । ଅଧିକ ପଢନ୍ତୁ...

By

Published : Sep 25, 2021, 9:37 PM IST

ନିରଞ୍ଜନ ପଟ୍ଟନାୟକ
ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର:କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଣୀତ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତୀୟ ଜାତୀୟ କଂଗ୍ରେସ ଏହି ବନ୍ଦକୁ ସମର୍ଥନ ନେଇ ଘୋଷଣା କରିଛି ।

ଏଣୁ ୨୭ ତାରିଖ ଦିନ ଭାରତ ବନ୍ଦକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିବୃତିରେ କହିଛନ୍ତି ।

କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କ ସ୍ବାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି । ଏହି ମର୍ମରେ ଜିଲ୍ଲା ସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବନ୍ଦ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସଫଳ କରିବା ପାଇଁ ପିସିସି ସଭାପତି ଜିଲ୍ଲା ସଭାପତିମାନଙ୍କୁ ପତ୍ର ଲେଖି ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସମସ୍ତ ସାମୁଖ୍ୟର କର୍ମକର୍ତା, ସାଂସଦ ଓ ବିଧାୟକ ପ୍ରାର୍ଥୀ, କୃଷକ, ଶ୍ରମିକ ଓ ଜନସାଧାରଣ ଏହି ବନ୍ଦକୁ ସଫଳ କରିବାକୁ ନିରଞ୍ଜନ ଅନୁରୋଧ କରିଛନ୍ତି । ଏ ନେଇ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details