ଓଡିଶା

odisha

By

Published : Nov 19, 2021, 10:10 PM IST

ETV Bharat / city

Winter Session: ବିଧାନସଭାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରସଙ୍ଗ କରିବ କଂଗ୍ରେସ

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ବିଧାନସଭା କମ୍ପେଇବ କଂଗ୍ରେସ । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏଭଳି ପ୍ରତିକ୍ରିୟା ଦେଇଛନ୍ତି । ଅଧିକ ପଢ଼ନ୍ତୁ

monsoon session: ବିଧାନସଭାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରସଙ୍ଗ କରିବ କଂଗ୍ରେସ
monsoon session: ବିଧାନସଭାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରସଙ୍ଗ କରିବ କଂଗ୍ରେସ

ଭୁବନେଶ୍ବର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ବିଧାନସଭାରେ ପ୍ରସଙ୍ଗ କରିବ କଂଗ୍ରେସ । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏଭଳି ପ୍ରତିକ୍ରିୟା ଦେଇଛନ୍ତି । ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଏହି ପ୍ରସଙ୍ଗରେ କଂଗ୍ରେସ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବି କରି ଆସୁଛି । ତେବେ ମୁଖ୍ୟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି ।

ବିଧାନସଭାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରସଙ୍ଗ କରିବ କଂଗ୍ରେସ

ଡିସେମ୍ବର ୧ ତାରିଖରୁ ବିଧାନସଭା ଆରମ୍ଭ ହେବ । ମମିତା ମେହେର ପ୍ରସଙ୍ଗ ଆଗାମୀ ବିଧାନସଭାରେ ବି ଉଠିବ ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ସାରା ଦେଶ ଓ ରାଜ୍ୟରେ ଜନସାଧାରଣ ଦରଦାମ ବୃଦ୍ଧି ଯୋଗୁଁ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପେଟ୍ରୋଲ ଡିଜେଲ, ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରସଙ୍ଗ ଉପରେ କଂଗ୍ରେସ ଧ୍ୟାନ ଦେବ । ଏହାସହ ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଛି, ମହିଳାମାନେ ଅସୁରକ୍ଷିତ ଅଛନ୍ତି ବୋଲି ଅଭିଯୋଗ କରିଛି କଂଗ୍ରେସ ।

ଲଘୁଚାପ ବର୍ଷାରେ ଫସଲ ନଷ୍ଟ, ବାତ୍ୟାର ଉପଯୁକ୍ତ କ୍ଷତିପୂରଣ ଦାବି ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବ । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏହାକୁ ନେଇ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details