ଭୁବନେଶ୍ବର: ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ଦିଆଗଲା କୋଭିଡ ଟିକା । ଆଜି(ଶୁକ୍ରବାର) ଭୁବନେଶ୍ବରର ମଞ୍ଚେଶ୍ବର ଠାରେ ଥିବା ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ପ୍ରାୟ 140 ଜଣ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ ଟିକା ଦିଆଯାଇଛି।
ପୂର୍ବରୁ ପୂର୍ବତଟ ରେଳପଥ ମାର୍ଚ୍ଚ ୪ ତାରିଖ ଠାରୁ ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ସମସ୍ତ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ ଟିକା ପ୍ରଦାନ କରିବାକୁ ଘୋଷଣା କରିଥିଲା। ଅବସରପ୍ରାପ୍ତ ରେଳବାଇ କର୍ମଚାରୀମାନେ ସରକାରୀ ଛୁଟିଦିନ ବ୍ୟତୀତ ସପ୍ତାହର ସୋମବାର ଠାରୁ ଶୁକ୍ରବାର ମଧ୍ୟରେ ପୂର୍ବାହ୍ନ ୯ ଘଟିକା ଠାରୁ ଅପରାହ୍ନ ୪ ଘଟିକା ମଧ୍ୟରେ କେନ୍ଦ୍ରୀୟ ଚିକିତ୍ସାଳୟରେ ସେମାନଙ୍କ ନାମ ପଞ୍ଜିକରଣ କରିବା ପାଇଁ କୁହାଯାଇଛି।