ଭୁବନେଶ୍ବର: ମାସ୍କ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବରେ ଘୋଷଣା କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ରାଜ୍ୟ ଯୋଗାଣ ବିଭାଗ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି।
କୋରୋନା : ସବୁ ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି, ମାସ୍କ ଓ ସାନିଟାଇଜର ଉପରେ ରଖ କଡା ନଜର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ବିଭାଗ। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନୁଯାୟୀ ଜୁନ 30 ପର୍ଯ୍ୟନ୍ତ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି । ଏହାର ଅଭାବୀ ବିକ୍ରି ଏବଂ କଳାବଜାରୀକୁ ଦୃଢହସ୍ତରେ ଦମନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
କୋରୋନା : ସବୁ ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି, ମାସ୍କ ଓ ସାନିଟାଇଜର ଉପରେ ରଖ କଡା ନଜର ସୂଚନାଥାଉକି, ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନ୍ତର୍ଗତ ଯଥେଷ୍ଟ ପରିମାଣରେ ଏସବୁ ସାମଗ୍ରୀ ମହଜୁଦ କରିବା ଲାଗି ରାଜ୍ୟଗୁଡିକ ଉତ୍ପାଦକାରୀ କମ୍ପାନୀଗୁଡିକୁ ଦେଇପାରିବେ ନିର୍ଦ୍ଦେଶ । ଉତ୍ପାଦନ, ବଣ୍ଟନ, ଗୁଣବତ୍ତା ଉପରେ ରହିବ ସରକାରୀ ନିୟନ୍ତ୍ରଣ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ