ଭୁବନେଶ୍ବର:ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୨ ତାରିଖରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ରହିଛି । ବାତ୍ୟାର ରୂପ ନେଇ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଫଳରେ ଡିସମ୍ବର ୪ ତାରିଖ ସକାଳୁ ଉତ୍ତର ଆନ୍ଧ୍ର-ଓଡିଶା ଉପକୂଳ ଛୁଇଁବ । ଏଥିପାଇଁ ରାଜ୍ୟର ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।
ଡିସେମ୍ବର ୩ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟାଜନିତ ବର୍ଷାକୁ ଦୃଷ୍ଟିରେ ରଖି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲା ଏହି ତାଲିକାରେ ସାମିଲ ରହିଛି । ମତ୍ସ୍ୟଜୀବୀମାନଙ୍କୁ ଡିସେମ୍ବର ୩ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।