ଓଡିଶା

odisha

ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୫ରୁ ଉପକୂଳରେ ପ୍ରବଳ ବର୍ଷା

By

Published : Oct 10, 2021, 2:45 PM IST

Updated : Oct 10, 2021, 6:42 PM IST

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି । ଫଳରେ ଆସନ୍ତା ୧୫ ତାରିଖରୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡି଼କରେ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ସୂଚନା ମିଳିଛି । ଅଧିକ ପଢନ୍ତୁ...

ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୫ରୁ ଉପକୂଳରେ ପ୍ରବଳ ବର୍ଷା
ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୫ରୁ ଉପକୂଳରେ ପ୍ରବଳ ବର୍ଷା

ଭୁବନେଶ୍ବର:ସକ୍ରିୟ ହୋଇଛି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଏହି ଅଞ୍ଚଳରେ 36 ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୧୫ରୁ ୧୬ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲ୍ଲା ଓ ଦକ୍ଷିଣ ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୫ରୁ ଉପକୂଳରେ ପ୍ରବଳ ବର୍ଷା

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮କିମି ପର୍ଯ୍ୟନ୍ତ ବ୍ୟାପି ରହିଛି । ଏହି ଅଞ୍ଚଳରେ 36 ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ପରବର୍ତ୍ତୀ ସମୟରେ ଏହା ଘନୀଭୂତ ହେବ। ପରବର୍ତ୍ତୀ ୪ରୁ ୫ ଦିନ ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହୋଇପାରେ ବୋଲି ସ୍ପଷ୍ଟ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ପାଗ ଶୁଖିଲା ରହିବ। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧ ତାରିଖରୁ ୧୦ ତାରିଖ ମଧ୍ୟରେ ୨୮.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ବାଭାବିକ ବର୍ଷା ୫୨.୫ ମିମି ଠାରୁ ୪୫ ପ୍ରତିଶତ କମ ରହିଛି । ସେପଟେ କଟକ ଜିଲ୍ଲା ଆଠଗଡ଼ ରେ ୪୨ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ଆସନ୍ତା ୧୫ ଓ ୧୬ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲ୍ଲା ଓ ଦକ୍ଷିଣ ଜିଲ୍ଲା ଗୁଡିକରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Oct 10, 2021, 6:42 PM IST

ABOUT THE AUTHOR

...view details