ଓଡିଶା

odisha

ETV Bharat / city

ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ନିରାଡମ୍ବରେ ପାଳିବା ପାଇଁ ନବୀନଙ୍କ ନିର୍ଦ୍ଦେଶ

ଚଳିତ ବର୍ଷ ବିଜୁ ପଟ୍ଟାନାୟକଙ୍କ ଶ୍ରାଦ୍ଧ ଉତ୍ସବକୁ ନିରାଡମ୍ବରେ ପାଳିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ସୂଚନା ପାଇଁ ପଢନ୍ତୁ ...

death anniversary of Biju Patnaik's
ବିଜୁ ପଟ୍ଟାନାୟକଙ୍କ ଶ୍ରାଦ୍ଧ ଉତ୍ସବ

By

Published : Apr 15, 2020, 3:17 PM IST

ଭୁବନେଶ୍ବର: ଚଳିତ ବର୍ଷ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ପୁଣ୍ୟତିଥି ନିରାଡମ୍ବରରେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପ୍ରିଲ ୧୭ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବକୁ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । କୋରୋନା ମହାମାରୀକୁ ମୁକାବିଲା ଦୃଷ୍ଟିରେ ରଖି ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି ।

ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ

ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରଖିବେ। ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଭାପତି ଦଳର ପ୍ରତିଟି କର୍ମୀ,ନେତା ଏବଂ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି।

ଅନ୍ୟପକ୍ଷେ ଦଳର ଅଗଣିତ କର୍ମୀ, ଶୁଭେଚ୍ଛୁ, ନେତୃ ମଣ୍ଡଳୀ, ଛାମୁଆ ସଙ୍ଗଠନର କର୍ମକର୍ତ୍ତାମାନଙ୍କୁ କୌଣସି ପରିସ୍ଥିତିରେ ପଦାକୁ ନ ବାହାରି ଘର ଭିତରେ ଶ୍ରାଦ୍ଧ ଉତ୍ସବ ପାଳିବାକୁ ନିବେଦନ କରାଯାଇଛି । ଏନେଇ ଦଳର ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା କଥା ଆଜି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details