ଭୁବନେଶ୍ବର:ଡେଲଟା ପ୍ଲସ୍ ଭାରିଏଣ୍ଟ ଵିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାନ୍ତା ତେବେ ଏହା ଦେବଗଡ଼ ଜିଲ୍ଲାରେ ବ୍ୟାପୀ ସାରିଥାନ୍ତା ବୋଲି ILS ନିର୍ଦ୍ଦେଶକ ଅଜୟ ପରିଡା କହିଛନ୍ତି । ମାତ୍ର ଆମକୁ ସତର୍କ ରହିବାକୁ ପଡ଼ିବ । ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି । ବର୍ତ୍ତମାନ କୌଣସି କଣ୍ଟ୍ରାକ୍ଟ ଟ୍ରେସିଂର ଆବଶ୍ୟକ ନାହିଁ । ଆଇଏଲଏସରେ ଜାନୁଆରୀରୁ ଜେନମ ସିକ୍ୟୁଏନିସିଂ କରାଯାଇଥିଲା ।
ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି 4 ରାଜ୍ୟରୁ 3800 ସାମ୍ପୁଲ ଜେନମ ସିକ୍ୟୁଏନିସିଂ ପାଇଁ ସଂଗ୍ରହ କରାଯାଇଥିଲା । ସେଥ ମଧ୍ୟରୁ ଓଡ଼ିଶାରୁ 1100 ସାମ୍ପୁଲ ସଂଗ୍ରହ ହୋଇଥିଲା । ଯେଉଁଥିରୁ ମାତ୍ର ଗୋଟିଏ ଡେଲଟା ପ୍ଲସ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସମଗ୍ର ଦେଶରୁ 46 ହଜାର ସାମ୍ପୁଲ ସଂଗ୍ରହ କରାଯାଇଥିଲା । ସେଥିମଧ୍ୟରୁ 48ଟି କେସ ସାମ୍ନାକୁ ଆସିଛି । ଯାହା ମାତ୍ର 0.01 ପ୍ରତିଶତ । ଆଗାମୀ ଦିନରେ ଏହା କେତେ ପ୍ରଭାବ ରଖିବ ତାହା ଉପରେ ରିସର୍ଚ୍ଚ ଚାଲିଛି । ମାତ୍ର ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ ।