ଭୁବନେଶ୍ବର:ରାଜ୍ୟରେ ତଳମୁହାଁ କୋରୋନା ମୃତ୍ୟୁ ରିପୋର୍ଟ । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ଦୁଇ ଜଣ ଅଛନ୍ତି । ଜଣେ ୭୦ ବର୍ଷୀୟ ମହିଳା ଏବଂ ଆଉ ଜଣେ ୫୧ ବର୍ଷୀୟ ମହିଳା କୋରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ସେହିପରି ନବରଙ୍ଗପୁରର ୭୦ ବର୍ଷୀୟ, ୪୦ ବର୍ଷୀୟ ଏବଂ ୫୩ ବର୍ଷୀୟ ବ୍ୟକ୍ତିଙ୍କ କୋରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୭୯କୁ ବୃଦ୍ଧି ପାଇଛି।