ଓଡିଶା

odisha

By

Published : Sep 22, 2021, 12:34 PM IST

ETV Bharat / city

ଆଜି ରାଜ୍ୟରୁ ଆଖି ବୁଜିଲେ ଆଉ 4 କୋରୋନା ଆକ୍ରାନ୍ତ

ଆଜି(ବୁଧବାର) ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋଭିଡଜନିତ ମୃତ୍ୟୁସଂଖ୍ୟା 8150ରେ ପହଞ୍ଚିଛି । ଅଧିକ ପଢନ୍ତୁ...

State corona death: ଆଖି ବୁଜିଲେ ଆଉ 4 ଆକ୍ରାନ୍ତ
State corona death: ଆଖି ବୁଜିଲେ ଆଉ 4 ଆକ୍ରାନ୍ତ

ଭୁବନେଶ୍ବର:ଗତ କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଯାହା ରାଜ୍ୟବାସୀଙ୍କ ପାଇଁ ଗୋଟିଏ ଭଲ ଖବର । ଆଜି(ସୋମବାର) ରାଜ୍ୟରେ ଆଉ 4 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନୟାଗଡରୁ ଜଣେ ଲେଖାଁଏଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8150କୁ ବୃଦ୍ଧି ହୋଇଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ 734 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ 101 ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 21 ହଜାର 950ରେ ପହଞ୍ଚିଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details