ଓଡିଶା

odisha

ETV Bharat / city

Corona Death Report; ଦିନକରେ ଗଲା ୪ ଜୀବନ

ଆଜି(ମଙ୍ଗଳବାର) ରାଜ୍ୟରେ ଆଜି ଆଉ 4 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୬କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

By

Published : Oct 26, 2021, 10:59 AM IST

ଦିନକରେ ଗଲା ୪ ଜୀବନ
ଦିନକରେ ଗଲା ୪ ଜୀବନ

ଭୁବନେଶ୍ବର:ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ମଙ୍ଗଳବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୬କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବାବେଳେ ମୟୂରଭଞ୍ଜରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୩୫ ହୋଇଥିବାବେଳେ ଜଗତସିଂହପୁରରେ ୩୧୬ ଓ ମୟୂରଭଞ୍ଜରେ ୨୮୧ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୬୯ କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details