ଭୁବନେଶ୍ବର:ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଗୁରୁବାର) ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୨୨କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଖୋର୍ଦ୍ଧରୁ ଦୁଇଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଖୋର୍ଦ୍ଧାର ସମୁଦାୟ ମୃତ୍ୟୁସଂଖ୍ୟା ୧୫୩୭ ହୋଇଥିବାବେଳେ ମୟୂରଭଞ୍ଜରେ ୨୮୨ ଓ କେନ୍ଦ୍ରାପଡାରେ ୨୫୧ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।