ଭୁବନେଶ୍ବର:କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ଶନିବାର) ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁରରୁ ଜଣେ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8170କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯ ଜଣ ଶିଶୁ ଓ କିଶୋର କୋରୋନା ପଜିଟିଭ ଅଛନ୍ତି ।