ଭୁବନେଶ୍ବର: ରାଜ୍ୟରେ କମିବାର ନାଁ ନେଉନାହିଁ କୋରୋନା ମୃତ୍ୟୁ । ଦିନକୁ ଦିନ ଗଡିଚାଲିଛି ମୁଣ୍ଡ । ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୬୯ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନାଜନିତ ମୃତ୍ୟୁସଂଖ୍ୟା 7,223କୁ ବୃଦ୍ଧି ହୋଇଛି ।
ଆଜିର ମୃତ୍ୟୁ ରିପୋର୍ଟ ଅନୁସାରେ, ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୋଳ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ସେହିପରି ପୁରୀରୁ ୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର ଜିଲ୍ଲାରେ କୋରୋନାଜନିତ ମୃତ୍ୟୁସଂଖ୍ୟା ୧୬୩କୁ ବୃଦ୍ଧି ହୋଇଛି ।