ଓଡିଶା

odisha

By

Published : Aug 2, 2021, 9:42 AM IST

ETV Bharat / city

ରାଜ୍ୟରେ ୬ ହଜାର ଡେଇଁଲା କୋରୋନା ମୃତ୍ୟୁସଂଖ୍ୟା

ଆଜି(ସୋମବାର) ରାଜ୍ୟରେ ଆଉ ୬୭ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୦୩୩କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ....

ରାଜ୍ୟରେ ୬ହଜାର ଡେଇଁଲା ମୃତ୍ୟୁସଂଖ୍ୟା
ରାଜ୍ୟରେ ୬ହଜାର ଡେଇଁଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ବ୍ରେକ ଲାଗିବାର ନାଁ ନେଉନାହିଁ କୋରୋନା ମୃତ୍ୟୁ । ଆଜି(ସୋମବାର) ରାଜ୍ୟରେ ଆଉ ୬୭ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୦୩୩କୁ ବୃଦ୍ଧି ପାଇଛି ।

ଆଜିର ମୃତକଙ୍କୁ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୧୧, କଟକରୁ ୧୦, ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ଅନୁଗୋଳ ଓ ଭଦ୍ରକରୁ ୩ ଜଣ ଲେଖାଏଁ, ବାଲେଶ୍ବର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି ।

ଆଜି ରାଜ୍ୟରେ ୧,୦୩୨ଟି ନୂଆ କେସ୍ ସହିତ ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୮ ହଜାର ୬୦୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫ ହଜାର ୫୦ ଜଣ ଚିକିତ୍ସାଧୀନ ଅଛନ୍ତି । ଦୈନିକ ସଂକ୍ରମଣରେ ହ୍ରାସ ଘଟିଥିବାରୁ ରାଜ୍ୟରେ କଟକଣା କୋହଳ ହୋଇଛି ହେଲେ ରାତ୍ରୀକାଳିନ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ ବଳବତ୍ତର ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details