ଭୁବନେଶ୍ବର:ରାଜ୍ୟରେ କମୁନାହିଁ କୋରୋନା ମୃତ୍ୟୁର ତାଣ୍ଡବ । ଆଜି(ଶୁକ୍ରବାର) ରାଜ୍ୟରେ ଆଉ 66 ଜଣଙ୍କ ଜୀବନ ନେଇଛି କିଲର କୋରୋନା । ସୁନ୍ଦରଗଡରୁ ସର୍ବାଧିକ ୧୧ ଜଣଙ୍କ ଜୀବନ ଯାଇଛି ।
ଆଜିର ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ ଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ,ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଏହା ସହିତ ରାଜ୍ୟରେ କୋରୋନାଜନିତ ମୃତ୍ୟୁସଂଖ୍ୟା 5834କୁ ବୃଦ୍ଧି ହୋଇଛି । ରାଜ୍ୟରେ ଆଜି ୧୫୫୮ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଯାଇଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୩ ହଜାର ୮୮ଜଣ ସୁସ୍ଥ ହୋଇଛନ୍ତି ଓ ୧୬ ହଜାର ୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟରେ ଆଜି ବି ଦୁଇ ହଜାର ତଳେ ରହିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ କମିଛି ହେଲେ ବିପଦ ଟଳିନାହିଁ । ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ଅଗଷ୍ଟ ପହିଳା ଯାଏଁ ଆଂଶିକ କଟକଣା ବଳବତ୍ତର ରହିଛି । ଆଜି ଅନଲକ ନେଇ ନୂଆ ଗାଇଡଲାଇନ ଆସିପାରେ ।
ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ