ଭୁବନେଶ୍ବର:ଦୁଇ ଦିନ ହେବ 5 ତଳେ ରହିଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଜି ଆଉ 3 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଭଦ୍ରକରେ ମୃତ୍ୟୁସଂଖ୍ୟା ୧୪୬ରେ ପହଞ୍ଚିଥିବାବେଳେ କେନ୍ଦୁଝରରେ ୧୭୨ ଓ ମୟୂରଭଞ୍ଜରେ ୨୭୯କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୭୧ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।