ଭୁବନେଶ୍ବର:ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଶୁ୍କ୍ରବାର) ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୨୫କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ,ବାଲେଶ୍ବର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୩୮ ହୋଇଥିବାବେଳେ ଅନୁଗୋଳରେ ୩୯୩ ଓ ବାଲେଶ୍ବରରେ ୨୯୪ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।