ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରାଜ୍ୟରେ କିଛି ଦିନ ହେବ ଦୁଇଜଣଙ୍କ ଜୀବନ ନେଇ ଚାଲିଛି କିଲର କୋରୋନା । ରିପୋର୍ଟ ଅନୁସାରେ ଆଜି(ରବିବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୭୨ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ 45 ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।