ଭୁବନେଶ୍ବର:ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ବୁଧବାର) ରାଜ୍ୟରେ ଆଜି ଆଉ ୨ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୮କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝର ଓ ଅନୁଗୋଳରୁଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । କେନ୍ଦୁଝରରେ ସମୁଦାୟ ମୃତ୍ୟୁସଂଖ୍ୟା ୧୭୩ ହୋଇଥିବାବେଳେ ଅନୁଗୋଳରେ ୩୯୨ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।