ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଗୁରୁବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୭୦କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୫୯ ହୋଇଥିବାବେଳେ ଭଦ୍ରକରେ ୧୪୭ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।