ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଦୁଇଦିନ ହେବ ରାଜ୍ୟରେ ଦୁଇଜଣଙ୍କ ଜୀବନ ନେଇଛି କିଲର କୋରୋନା । ରିପୋର୍ଟ ଅନୁସାରେ ଆଜି(ରବିବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା 8375କୁ ବୃଦ୍ଧି ହୋଇଛି ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶା ଜଗତସିଂହପୁରରେ ସମୁଦାୟ ମୃତ୍ୟୁସଂଖ୍ୟା ୩୧୮ ହୋଇଥିବାବେଳେ ଭଦ୍ରକରେ ୨୪୪ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୨ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।