ଭୁବନେଶ୍ବର: କୋରୋନା ମହାମାରୀର ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ଲକଡାଉନ ସମୟ ସୀମାକୁ ଏପ୍ରିଲ 30 ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟରରେ ଉଲ୍ଲେଖ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଟ୍ବିଟରରେ ଲେଖିଛନ୍ତି, ‘କୋରୋନା ମହାମାରୀର ସାମ୍ନା କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଲକଡାଉନ୍ ସମୟ ସୀମାକୁ ଏପ୍ରିଲ 30 ତାରିଖ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ସ୍ବାଗତଯୋଗ୍ୟ ପଦକ୍ଷେପ । କୋରୋନାର ମୁକାବିଲା କରିବା ପାଇଁ ଲକଡ଼ାଉନକୁ ଶତ ପ୍ରତିଶତ ପାଳନ କରିବା ଏବଂ ସରକାରଙ୍କ କଥା ମାନିବା ।’