ଓଡିଶା

odisha

ETV Bharat / city

ପ୍ରଧାନମନ୍ତ୍ରୀଙ୍କ ଆଶ୍ବାସନା, ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ନିର୍ମାଣ କରାଯିବ

ବାତ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଂଶସା କରିଛନ୍ତି ପ୍ରଧାନମନ୍ତ୍ରୀ । କେନ୍ଦ୍ର ସରକାର ଓଡ଼ିଶାରେ ବାତ୍ୟା ୟସ ପ୍ରଭାବକୁ ହ୍ରାସ କରିବା ପାଇଁ ସବୁପ୍ରକାର ସାହାଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀ ଆଶ୍ବାସନା ଦେଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

By

Published : May 28, 2021, 5:22 PM IST

ପ୍ରଧାନମନ୍ତ୍ରୀଙ୍କ ଆଶ୍ବାସନା, ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ନିର୍ମାଣ କରାଯିବ
ପ୍ରଧାନମନ୍ତ୍ରୀଙ୍କ ଆଶ୍ବାସନା, ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ନିର୍ମାଣ କରାଯିବ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସି ବାତ୍ୟା ୟସରେ ପ୍ରଭାବିତ ଅଞ୍ଚଳର ରିଲିଫ୍ ତଥା ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରଭାବିତ ଅଞ୍ଚଳ ଗୁଡିକୁ ଆକାଶ ମାର୍ଗରୁ ପରଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହିତ ଓଡିଶା ପାଇଁ 500 କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ବାତ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଂଶସା କରିଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି କହିଛନ୍ତି, ଓଡ଼ିଶାରେ ବାତ୍ୟା ୟସ ପ୍ରଭାବ ତଥା ପ୍ରଭାବିତ ଅଞ୍ଚଳରେ ରିଲିଫ, ପୁନରୁଦ୍ଧାର ଏବଂ ଜୀବନଜୀବିକାର ପୁନଃସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଓଡିଶା ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।

ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି କେନ୍ଦ୍ର ସରକାର ଓଡ଼ିଶାରେ ବାତ୍ୟା ୟସ ପ୍ରଭାବକୁ ହ୍ରାସ କରିବା ପାଇଁ ସବୁପ୍ରକାର ସାହାଯ୍ୟ କରିବେ । ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରାଯିବ ତଥା ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶାକୁ ନିର୍ମାଣ କରାଯିବା ଦିଗରେ ଆମ ସରକାର ମିଳିତ ଭାବରେ କାର୍ଯ୍ୟ କରିବ।

ସମୀକ୍ଷା ବୈଠକରେ ବାତ୍ୟା ୟସ ଦ୍ବାରା ଉତ୍ପନ୍ନ ହୋଇଥିବା ଆହ୍ବାନର ମୁକାବିଲା ଏବଂ ସମାଧାନ ପାଇଁ କେନ୍ଦ୍ରୀୟ ଏବଂ ରାଜ୍ୟ ସଂସ୍ଥାନର ସକ୍ରିୟ ଭୂମିକା ଏବଂ ଓଡ଼ିଶାବାସୀଙ୍କ ଦୃଢ଼ ମନୋବଳ ଏବଂ ସାହାସକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିବା କହିଛନ୍ତି ଧର୍ମେନ୍ଦ୍ର ।

ବିଶେଷ ଭାବରେ ସବୁଠୁ ବିପଦ ସମୟରେ ସର୍ବଦା ଓଡ଼ିଶାର ଲୋକଙ୍କ ସହ ଦୃଢ଼ତାର ସହ ଠିଆ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର । ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜୀବନକୁ ସ୍ବାଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ ଆମେ ସମସ୍ତେ ଉଦ୍ୟମ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ABOUT THE AUTHOR

...view details