ଭୁବନେଶ୍ବର :କେନ୍ଦ୍ର ସଡ଼କ ପରିବହନ ଏବଂ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡକରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୪୨ ( ୫୫ ) ନମ୍ବରର କଟକ -ଅନୁଗୋଳ ସେକ୍ସନ ଏବଂ ସମ୍ବଲପୁର - ଅନୁଗୋଳ ସେକ୍ସନ ସଡ଼କର ସମ୍ପ୍ରସାରଣ । ଏହାସହ ବିକାଶମୂଳକ କାମ ତ୍ବରାନ୍ବିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଡ଼କରୀଙ୍କୁ ବ୍ୟକ୍ତିଗତ ଭାବେ ଭେଟି ଏହି ଚିଠିକୁ ଦେବା ସହ ତୁରନ୍ତ ଏହାର ସମାଧାନ କରିବା ପାଇଁ ଅନୁରୋଧ କରିଛନ୍ତି । ଅନୁଗୋଳ ଜିଲ୍ଲା ବଇଣ୍ଡା ଗ୍ରାମର ବାସୀନ୍ଦାଙ୍କ ଅଭିଯୋଗ ପତ୍ର ଆଧାରରେ ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ୨୦୧୮ ଡ଼ିସେମ୍ବରରେ ଏନଏଚ - ୪୨ ( ୫୫ )ର ଶିଳାନ୍ୟାସ ହୋଇଥିଲା । ୨୦୨୦ ସେପ୍ଟେମ୍ବର ସୁଦ୍ଧା ନିର୍ମାଣ କାମ ଶେଷ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ମାତ୍ର ଏ ପର୍ଯ୍ୟନ୍ତ ଜାତୀୟ ରାଜପଥର ନିର୍ମାଣ କାମ ଶେଷ ହୋଇନାହିଁ ।