ଓଡିଶା

odisha

ETV Bharat / city

ବନ୍ୟା-ବାତ୍ୟା ମୁକାବିଲା ପାଇଁ ବିଭିନ୍ନ ସ୍ଥାନରେ ମକଡ୍ରିଲ

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୟୂରଭଞ୍ଜରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ସେହିପରି ବାଲେଶ୍ବରରେ ଜିଲ୍ଲାପାଳ ଓ କେନ୍ଦୁଝରରେ ଅତିରିକ୍ତ ଜିଲ୍ଲାପାଳ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

By

Published : Jun 19, 2019, 3:20 PM IST

ଡିଜାଇନ ଫଟୋ

ମୟୂରଭଞ୍ଜ: ଦିନିକିଆ ମୟୂରଭଞ୍ଜ ଗ୍ରସ୍ତରେ ଆସିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି । ବାରିପଦା ମଧୁବନ ଠାରେ ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମକ୍ ଡ୍ରିଲ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁନ 19 ତାରିଖରେ ବନ୍ୟା ଓ ବାତ୍ୟାର ସଠିକ୍‌ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମକଡ୍ରିଲର ଆୟୋଜନ କରାଯାଇଥିଲା। ଓଡିଶା ସମୟ କ୍ରମେ ଅନେକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି ଏବଂ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ବହୁ ପଦକ୍ଷେପ ନେଇଛନ୍ତି ବୋଲି ଏହି ଅବସରରେ ସେ କହିଥିଲେ ।

ଭିଡିଓ ସୌଜନ୍ୟ: ଇଟିଭି ଭାରତ , ବ୍ୟୁରୋ

ଏହି କାର୍ଯ୍ୟକ୍ରମରେ ମକ ଡ୍ରିଲରେ ଏନଡ଼ିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ଅଧିକାରୀଙ୍କ ସହ କର୍ମଚାରୀ ଉପସ୍ଥିତ ଥିଲେ ।


ସେହିପରି ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ କକ୍ଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାଲେଶ୍ବରରେ ଜିଲ୍ଲାପାଳ ରମେଶ ଚନ୍ଦ୍ର ରାଉତ ଉଦଘାଟନ କରିଥିବାବେଳେ କେନ୍ଦୁଝରରେ ଅତିରିକ୍ତ ଜିଲ୍ଲାପାଳ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

ଅନ୍ୟପଟେ କେନ୍ଦ୍ରାପଡ଼ା ଜିଲ୍ଲାର ୧୧୮ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, 9ଟି ବ୍ଲକ କାର୍ଯ୍ୟାଳୟ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିଲା ପ୍ରସ୍ତୁତି। ଆଗକୁ ମୋସୁମୀ ଋତୁ ଥିବାରୁ ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ମକ ଡ୍ରିଲ କରିଛନ୍ତି ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବିଭାଗ ।


ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details