ଓଡିଶା

odisha

ETV Bharat / city

ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

ଉଦ୍ୟାନ କୃଷି ନିମନ୍ତେ ବିଭିନ୍ନ ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କର । ଏହାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବାକୁ ଚେଷ୍ଟା କର । ଏଭଳି କଡା ପରାମର୍ଶ ଦେଇଛନ୍ତି କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ କୁମାର ସାହୁ । ଅଧିକ ପଢନ୍ତୁ...

By

Published : Apr 9, 2021, 10:31 PM IST

ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ
ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଉଦ୍ୟାନ କୃଷି ନିମନ୍ତେ ବିଭିନ୍ନ ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କର । ଏହାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବାକୁ ଚେଷ୍ଟା କର । କୃଷକମାନଙ୍କ ଆୟ ଦ୍ବିଗୁଣିତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ହୋଇଥିବାବେଳେ ଉଦ୍ୟାନ କୃଷି ଯୋଜନାରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଦିଗରେ କୌଣସି ଅବହେଳାକୁ ପ୍ରଶୟ ଦିଆଯିବ ନାହିଁ । ଏଭଳି କଡା ପରାମର୍ଶ ଦେଇଛନ୍ତି କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ।

ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜିଲ୍ଲାସ୍ତରୀୟ ଉଦ୍ୟାନ କୃଷି ଅଧିକାରୀମାନଙ୍କ ସମୀକ୍ଷା ବୈଠକ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ରାଜ୍ୟରେ ଉଦ୍ୟାନ କୃଷିର ବିକାଶ ଲାଗି ପର୍ଯ୍ୟାପ୍ତ ସୁଯୋଗ ରହିଛି । ଏହାକୁ ପୂର୍ଣ୍ଣ ବିନିଯୋଗ କରି କୃଷକମାନଙ୍କ ଆୟ ବହୁଗୁଣିତ କରାଯାଇପାରିବ । ଏଥି ସହିତ ପ୍ରତି ବ୍ଲକର ସ୍ଥାନୀୟ ଉତ୍ପାଦକୁ ଦୃଷ୍ଟିରେ ରଖ୍ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ଦିଗରେ ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ
ଶୀତଳ ଭଣ୍ଡାର, କୃଷକ ଉତ୍ପାଦକ ସଂଗଠନ ଏବଂ ସ୍ଥାନୀୟ କୃଷକମାନଙ୍କ ସହିତ ଉପଯୁକ୍ତ ସମନ୍ବୟ ରଖି ଆଳୁ, ଗାଜର, ବନ୍ଧାକୋବି ଆଦି ପନିପରିବାର ଉପଯୁକ୍ତ ସଂରକ୍ଷଣ ସହିତ ଶୀତଳ ଭଣ୍ଡାରର ପୂର୍ଣ୍ଣ କ୍ଷମତା ଉପଯୋଗ କରିବା ପାଇଁ ମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଫଳ ଚାଷ ପାଇଁ କ୍ଲଷ୍ଟର ପଦ୍ଧତି ଆପଣାଇବା ନିମନ୍ତେ ମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଉପକୂଳ ଜିଲ୍ଲାଗୁଡ଼ିକରେ ନଡ଼ିଆ ଚାଷର ବ୍ୟାପକ ସୁଯୋଗ ରହିଥିବାରୁ ଅଧିକରୁ ଅଧିକ ଚାଷୀ ନଡ଼ିଆ ଚାଷ ନିମନ୍ତେ ମନୋନିବେଶ କରନ୍ତୁ । ଅଧିକ ଉତ୍ପାଦନ ନିମନ୍ତେ ହାଇବ୍ରିଡ୍ ପନିପରିବା ଚାଷ ଉପରେ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ଚଳିତ ବର୍ଷ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ଓ ଉନ୍ନତ ମାନର କୃଷି ସାମଗ୍ରୀ ଯୋଗାଇ ଦେବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି ।ବୈଠକ ପ୍ରାରମ୍ଭରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ବିଶଦ ଭାବରେ ଆଲୋଚନା କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details