ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । 2016 ବ୍ୟାଚ୍ର ଆଇଏଏସ ଦିବ୍ୟଜ୍ୟୋତି ପରିଡ଼ା ହେଲେ ସମ୍ବଲପୁରର ନୂଆ ଜିଲ୍ଲାପାଳ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଜ୍ଞପ୍ତି ଅନୁସାରେ, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନାଙ୍କୁ ପଦୋନ୍ନତି ମିଳିଛି । ତାଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଯୁଗ୍ମ ସଚିବ ଭାବେ ଦାଇତ୍ୱ ମିଳିଛି । ସମ୍ବଲପୁରର ଅତିରିକ୍ତ ଜିଲ୍ଲାପାଳଙ୍କୁ ତୁରନ୍ତ ଦାୟିତ୍ୱ ହସ୍ତାନ୍ତର କରି ନୂଆ ଦାୟିତ୍ୱ ଗ୍ରହଣ କରିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଉରକେଲା ମହାନଗର ନିଗମର କମିଶନର ଥିବା ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।