ଭୁବନେଶ୍ବର:ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ନିର୍ମାଣାଧୀନ ବିଜୁ ଏକ୍ସପ୍ରେସ ଓ୍ବେ ସଡକ ପଥ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହା ସହ ସେ ପଶ୍ଚିମ ଓଡିଶାର ସଂପୃକ୍ତ ବିଭିନ୍ନ ଜିଲ୍ଲାରେ ଅର୍ଥନୈତିକ କରିଡର ସୃଷ୍ଟି ହେବା ସମ୍ପର୍କରେ ମଧ୍ୟ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି । 2023 ମାର୍ଚ୍ଚ ମାସ ସୁଦ୍ଧା ଏହି ବୃହତ ସଡ଼କ ସଂପୂର୍ଣ୍ଣ ହେବାକୁ ଲକ୍ଷ୍ୟ ରଖାଯାଇଥିବା ସେ ସୂଚନା ଦେଇଛନ୍ତି ।
ବରଗଡ ଜିଲ୍ଲାର ସୋହେଲା, ପଦମପୁର ଓ ପାଇକମାଲ ଦେଇ ନୂଆପଡାର ସିନାପାଲି ଓ କଳାହାଣ୍ଡିର ଗୋଳାମୁଣ୍ଡା ଦେଇ 4 ଲେନ୍ ବିଶିଷ୍ଟ ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣାଧୀନ ରହିଛି । ଏ ସମସ୍ତ ସ୍ଥାନ ଦେଇ ଅର୍ଥନୈତିକ କରିଡର ସୃଷ୍ଟି ହେବ । ଏଥିପାଇଁ 11ଟି ଶିଳ୍ପ ସଂସ୍ଥା ଉଦ୍ୟୋଗ ସ୍ଥାପନ ପାଇଁ ସହମତି ପ୍ରକାଶ କରିଛନ୍ତି । ଏଥିନେଇ ଟେଣ୍ଡର ପ୍ରକ୍ରିୟା ସରିଛି । ଏହି ଅର୍ଥନୈତିକ କରିଡର ପାଇଁ ବରଗଡ଼ରେ କେତେକ ସ୍ଥାନ ବ୍ୟତୀତ ଅନ୍ୟ ସବୁ ସ୍ଥାନରେ ଜମି ଅଧିଗ୍ରହଣ ଶେଷ ହୋଇଛି ।