ଓଡିଶା

odisha

By

Published : Dec 14, 2021, 7:26 PM IST

Updated : Dec 14, 2021, 11:02 PM IST

ETV Bharat / city

ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସାଇବର କ୍ରାଇମ । ଏହା ସହିତ ତାଳ ଦେଇ ବଢୁଛି ଅର୍ଥନୈତିକ ଅପରାଧ ମାମଲା । ଏଥିପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା । ଅଧିକ ପଢ଼ନ୍ତୁ

ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା
ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସାଇବର କ୍ରାଇମ । ଏହା ସହିତ ତାଳ ଦେଇ ବଢୁଛି ଅର୍ଥନୈତିକ ଅପରାଧ ମାମଲା । ପ୍ରତ୍ୟେକ ଦିନ ରାଜ୍ୟର କୋଣ ଅନୁକୋଣରୁ ଆସୁଛି ସାଇବର କ୍ରାଇମ ଅଭିଯୋଗ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ । ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିଛନ୍ତି ।

ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି । ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ସାଇବର ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ।

ବର୍ତ୍ତମାନ ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ୩ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଏହି ନୂଆ ବ୍ୟବସ୍ଥା ସହ ମିଶିବ । ଏହା ଦ୍ଵାରା ଏହି ଥାନାର ସଖ୍ୟା ୧୪ରେ ପହଞ୍ଚିବ । କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଞ୍ଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ ଆଦି ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ।


ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ASI (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ । ଏମାନଙ୍କ ବ୍ୟତୀତ Finance ଓ Accounts Analyst, IT Expert ଓ Cyber forensic expert ଭଳି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ । ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବା ନେଇ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

Last Updated : Dec 14, 2021, 11:02 PM IST

For All Latest Updates

TAGGED:

ABOUT THE AUTHOR

...view details