ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଚାଲିଥିଲା । ବାତ୍ୟା ସମୟରେ ସମସ୍ତ କୋଭିଡ କେୟାର ସେଣ୍ଟର, କୋଭିଡ ହସ୍ପିଟାଲ ଓ ଡାକ୍ତରଖାନାକୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ କରାଯିବା ଉପରେ ଗୁରୁତ୍ବ ଦେଇଛି ବିଭାଗ ।
ବାତ୍ୟା ସମୟରେ ବିଦ୍ୟୁତ କଟିଲେ ଏଥିଲାଗି ଷ୍ଟାଣ୍ଡ ବାଏର ମଧ୍ୟ ବ୍ୟବସ୍ଥା କରାଯାଇଛି । ବାତ୍ୟା ମୁକାବିଲା ପାଇଁ ବିଦ୍ୟୁତ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ମୁଖ୍ୟତଃ ଡିସ୍କମ କମ୍ପାନୀ ଟାଟାକୁ ଅଧିକ ସତର୍କ ଓ ସଜାଗ ରହିବାକୁ କୁହାଯାଇଛି । ପାୱାର ଫେଲ୍ୟୁଅରର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି ।