ଓଡିଶା

odisha

ETV Bharat / city

ଏପ୍ରିଲ ପହିଲାରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ, ଜନଆନ୍ଦୋଳନ ରୂପ ଦେବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ - ଏପ୍ରିଲ ପହିଲାରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ

ଆସନ୍ତା ଏପ୍ରିଲ ୧ ତାରିଖ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ପରୀକ୍ଷା ପରେ ଚର୍ଚ୍ଚା କରିବେ । ଏ ନେଇ ସୋମବାର ନୂଆଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଏପ୍ରିଲ ପହିଲାରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ
ଏପ୍ରିଲ ପହିଲାରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ

By

Published : Mar 29, 2022, 8:02 AM IST

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧ ତାରିଖ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ପରୀକ୍ଷା ପରେ ଚର୍ଚ୍ଚା କରିବେ । ଏ ନେଇ ସୋମବାର ନୂଆଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚାପମୁକ୍ତ ପରୀକ୍ଷା ପାଇଁ ‘ପରୀକ୍ଷା ପେ ଚର୍ଚ୍ଚା’କୁ ଏକ ଜନଆନ୍ଦୋଳନର ରୂପ ଦେବାକୁ ସେ ଆହ୍ବାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଯୁବପିଢ଼ିଙ୍କ ବହୁ ପ୍ରତୀକ୍ଷିତ ଏହି ବାର୍ଷିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ଦିନରେ ହେବାକୁ ଥିବା ବୋର୍ଡ ଓ ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପୂର୍ବରୁ ଚାପମୁକ୍ତ କରିବା ଦିଗରେ ପରାମର୍ଶ ଦେବେ ।

କୋଭିଡ୍ କଟକଣା କାରଣରୁ କେବଳ ଦିଲ୍ଲୀ ଏନସିଆର, ଉତ୍ତରପ୍ରଦେଶ ଏବଂ ହରିୟାଣାର ୧ ହଜାର ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଛି । ଚଳିତ ଥର ପ୍ରଥମ ଥର ପାଇଁ ସବୁ ରାଜଭବନରେ ରାଜ୍ୟପାଳଙ୍କ ସହ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଏହି କାର୍ଯ୍ୟକ୍ରମକୁ ଦେଖିବାର କାର୍ଯ୍ୟକ୍ରମ ରହିଛି । ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସବୁ ଅନୁଷ୍ଠାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ଅନୁଷ୍ଠାନ, ନର୍ସିଂ ସ୍କୁଲ ତଥା ଭାରତ ସରକାରଙ୍କ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକରେ 'ପରୀକ୍ଷା ପେ ଚର୍ଚ୍ଚା' ଆୟୋଜନ କରାଯିବାର ମଧ୍ୟ ଯୋଜନା ରହିଛି । ବିଦେଶରୁ ମଧ୍ୟ ଭର୍ଚ୍ଚୁଆଲ ମାଧ୍ୟମରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଯୋଡିହେବେ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଆହୁରି କହିଛନ୍ତି ଯେ ପରୀକ୍ଷା ପେ ଚର୍ଚ୍ଚା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ନିଆଯାଇଥିବା ଏକ ଅଭିନବ କାର୍ଯ୍ୟକ୍ରମ । ପରୀକ୍ଷା ଶୁଣିବା ମାତ୍ର ଛାତ୍ରଛାତ୍ରୀଙ୍କ ମନରେ ଭୟ ଆସେ । ଏହି କାର୍ଯ୍ୟକ୍ରମ ଦ୍ବାରା ଛାତ୍ରଛାତ୍ରୀ ପରୀକ୍ଷାରୁ ଚାପ ମୁକ୍ତ ହେବେ ଓ ସଫଳତାର ମନ୍ତ୍ର ପାଇପାରିବେ । ଏହି କାର୍ଯ୍ୟକ୍ରମ ନୂଆପିଢ଼ିଙ୍କ ଆତ୍ମବିଶ୍ବାସକୁ ବଢ଼ାଇବ । କାର୍ଯ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ତଥା ସମାଜର ସବୁ ଶ୍ରେଣୀର ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ । ଗତ ବର୍ଷ ମହାମାରୀ ସମୟରେ ଅନଲାଇନରେ ପରୀକ୍ଷା ପେ ଚର୍ଚ୍ଚା ଅନୁଷ୍ଠିତ ହୋଇଥିଲା । ଏହି ବର୍ଷ ପରୀକ୍ଷା ପେ ଚର୍ଚ୍ଚାକୁ ଲୋକପ୍ରିୟ କରିବା ପାଇଁ, ବିଦ୍ୟାର୍ଥୀମାନଙ୍କ ପାଖରେ ପହଞ୍ଚାଇବା ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ଚଳିତ ବର୍ଷ MyGov.in ପ୍ଲାଟଫର୍ମ ମାଧ୍ୟମରେ ୨୦୨୧ ଡ଼ିସେମ୍ବର ୨୮ରୁ ୨୦୨୨ ଫେବୃୟାରୀ ୩ ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ଦ୍ବାରା ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ଏହି ବର୍ଷ ରଚନାତ୍ମକ ଲେଖା ପ୍ରତିଯୋଗିତା ପାଇଁ ୧୫.୭ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ପଞ୍ଜିକରଣ କରିବା ସହ ଭାଗ ନେଇଥିଲେ । MyGov.in ଦ୍ବାରା ଆୟୋଜିତ ଏଗଜାମ ଷ୍ଟ୍ରେସ ମ୍ୟାନେଜମେଣ୍ଟ, ସ୍ବାଧୀନତାର ଅମୃତ ମହୋତ୍ସବ, ପର୍ଯ୍ୟାବରଣ, ଅଭିଭାବକଙ୍କ ଭୂମିକା, ଭୋକାଲ ଫର୍ ଲୋକାଲ ଭଳି ବିଭିନ୍ନ ପ୍ରତିଯୋଗିତାରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଏନସିଇଆରଟିର ନିର୍ଦ୍ଦେଶକଙ୍କ ଦ୍ବାରା ଏକ ପ୍ରମାଣପତ୍ର ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ରଚିତ ଏଗଜାମ ୱାରିୟର ପୁସ୍ତକ ଥିବା ସ୍ବତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା କିଟ୍ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଦୂରଦର୍ଶନ, ରେଡ଼ିଓ ଚ୍ୟାନେଲ, ବିଭିନ୍ନ ଟିଭି ଚ୍ୟାନେଲ ସମେତ, ଶିକ୍ଷା ମନ୍ତ୍ରଣାଳୟ, ନରେନ୍ଦ୍ର ମୋଦି, ପିଏମଓ ଇଣ୍ଡିଆ, ପିଆଇବି ଇଣ୍ଡିଆ ଭଳି ଡ଼ିଜିଟାଲ ପ୍ଲାଟଫର୍ମ ତଥା ୟୁଟ୍ୟୁବ ଚ୍ୟାନେଲ ସମେତ ଦୂରଦର୍ଶନ ନ୍ୟାସନାଲ, ଡ଼ିଡି ନ୍ୟୁଜ୍‌, ମାଇ ଗଭ.ଇଣ୍ଡିଆ, ସଂସଦ ଟିଭି ଏବଂ ସ୍ବୟଂପ୍ରଭାରେ ସିଧାସଳଖ ପ୍ରସାରଣ କରାଯିବ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ABOUT THE AUTHOR

...view details