ଭୁବନେଶ୍ବର: ସରିଲା ଷୋଡଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ । ଗତ 25ରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନକୁ ଜୁଲାଇ 12 ତାରିଖ ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି ବାଚସ୍ପତି । ଆସନ୍ତା 12 ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ ।
ସରିଲା ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ - ବିଧାନସଭା
ଚଳିତ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହୋଇଛି । ଆସନ୍ତା 12ରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ ।
ଫାଇଲ ଫଟୋ
ପ୍ରଥମ ପର୍ଯ୍ୟାୟ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା । ପରେ 2019-20 ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥିସହିତ ଉପ-ବାଚସ୍ପତି ପାଇଁ ନିର୍ବାଚନ ହୋଇଥିଲା । ଅଧିବେଶନରେ ମୋଟ 30ଟି କାର୍ଯ୍ୟ ଦିବସ ରହିଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ