ଭୁବନେଶ୍ବର:ପଞ୍ଚାୟତ ନିର୍ବାଚନ ପାଇଁ ଆଜି ବ୍ଲକ ସ୍ତରରେ ଜାରି ହେଲା (Formal Notification For Odisha Panchayat Polls Out) ବିଜ୍ଞପ୍ତି । ଜାନୁଆରୀ 17 ରୁ 21 ଯାଏଁ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା ।
ସରଗରମ ହେବାରେ ଲାଗିଛି ପଞ୍ଚାୟତ ନିର୍ବାଚନ । ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଉଷ୍ମ ହେଉଛି ଗାଁ ରାଜନୀତି । ଚଳିତ ଥର ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥି ନାମାଙ୍କନ ବେଳେ ନିଜର ସମ୍ପତ୍ତି ବିବରଣୀ, ଶିକ୍ଷାଗତ ଯୋଗ୍ୟତା ଏବଂ ଅପରାଧିକ ପୃଷ୍ଠଭୂମି ବାବଦରେ ସତ୍ୟପାଠ ଦାଖଲ କରିବେ । ଭୁଲ ସତ୍ୟପାଠ ଦେଲେ ଦଣ୍ଡର ବ୍ୟବସ୍ଥା ରହିଛି । ।