ଭୁବନେଶ୍ବର:ରାଜ୍ୟରେ ଗତ କିଛି ଦିନ ମଧ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଟୀକାକରଣ ବୃଦ୍ଧି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ବ ଦେଉଛି । ଟୀକାକରଣ ବଢାଇବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତଙ୍କୁ ବୁଷ୍ଟର ଡୋଜ ଦେବା ଲାଗି ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନ ଟିମ୍ ନିୟୋଜିତ ହେବ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।
ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶ କହିଛନ୍ତି ଯେ," ବର୍ତ୍ତମାନ ଆଉ ରାଜ୍ୟରେ ଟିକାର ଅଭାବ ନାହିଁ। ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ପ୍ରିକସନ ଡୋଜ ନେଇ ସାରିଛନ୍ତି । ଯାହାକି ମୋଟ ଲୋକଙ୍କର ୧୪ ପ୍ରତିଶତ । ବାକି ଲୋକଙ୍କୁ ଖୁବ ଶୀଘ୍ର ଟୀକାକରଣ କରାଯିବ। ଏବେ ୯ ଲକ୍ଷ କୋଭିସିଲ୍ଡ଼ ଟିକା ଆସିଛି । ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲ୍ଡ଼ ଟିକା ଆସିବ । ଆମେ ସମସ୍ତଙ୍କୁ ଅନୁରୋଧ କରୁଛି ସମସ୍ତେ ପ୍ରିକସନ ଡୋଜ ନିଅନ୍ତୁ।"