ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ । ଆସନ୍ତାକାଲି ଅର୍ଥାତ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି । ୧୩ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା - low pressure in odisha
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଗାମୀ ୧୨ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି । ଅଧିକ ପଢନ୍ତୁ
ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରୀରେ ବନ୍ୟା ପରିସ୍ଥିତି ଉପୁଜିବା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବାର ମଧ୍ୟ ଆଶଙ୍କା ରହିଛି । ଓଡିଶା ଉପକୂଳ ଓ ତାର ଆଖପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ବହିବ । ଏହାସହ ସର୍ବାଧିକ ୬୫ କିମି ଯାଏଁ ପବନର ବେଗ ରହିବା ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।
ଇଟିଭି ଭାରତ,ଭୁବନେଶ୍ବର