ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ଆଉ ଏକ ବଳିଷ୍ଠ ପଦକ୍ଷେପ । ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଖୋଲିବ Gastroenterology ବିଭାଗ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏମକେସେଜିରେ ଖୋଲିବ ଗାସଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ - MKCGରେ ଖୋଲିବ Gastroenterology ବିଭାଗ
ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଖୋଲିବ Gastroenterology ବିଭାଗ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...
ଏଥିପାଇଁ ଉଭୟ surgical ଓ medical Gastroenterology ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । MKCG ମେଡିକାଲ କଲେଜରେ ଉପରୋକ୍ତ ଦୁଇ Super specialty ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ super speciality ଚିକିତ୍ସା ସୁବିଧା ଉପଲବ୍ଧ ହେବାଦ୍ବାରା ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି । MKCG ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷ କରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତ୍ତମାନ ଏହି Super specialty ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ