ଭୁବନେଶ୍ବର:ରାଜ୍ୟରେ କୋଭିଡ ସଂକ୍ରମଣ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ପ୍ରତିକ୍ରିୟା । ବର୍ତ୍ତମାନ ଯେଉଁ ସଂକ୍ରମଣ ବଢ଼ୁଛି, ସେଥିରେ ଡାକ୍ତରଖାନା ଯିବା ରୋଗୀଙ୍କ ସଂଖ୍ୟା କମ ରହିଛି । ମାତ୍ର 1 ପ୍ରତିଶତ ରୋଗୀ ଡାକ୍ତରଖାନା ଯାଉଛନ୍ତି । ଗତକାଲି ସୁଦ୍ଧା 3 ହଜାରରୁ ଅଧିକ ସକ୍ରିୟ ରୋଗୀ ଥିଲେ । ସେମାନଙ୍କ ମଧ୍ୟରୁ ମାତ୍ର 31 ଜଣ ଡାକ୍ତରଖାନାରେ ଅଛନ୍ତି । ଡାକ୍ତରଖାନାରେ ଭର୍ତ୍ତି ରୋଗୀଙ୍କ ମଧ୍ୟରୁ 25 ଜଣ ICU ରେ ଅଛନ୍ତି । ଅଧିକାଂଶ ରୋଗୀ ଲକ୍ଷଣଯୁକ୍ତ ନୁହନ୍ତି ।
ବୟସ୍କ ଲୋକ, କୋମରବିଡ଼ିଟି ଥିବା କିଛି ରୋଗୀ ଡାକ୍ତରଖାନାରେ ଅଛନ୍ତି । ସର୍ବଭାରତୀୟ କୋଭିଡ ସ୍ଥିତି ଦେଖିଲେ, ସବୁ ରାଜ୍ୟରେ କୋଭିଡ ବଢୁନି। ଯେଉଁ ରାଜ୍ୟରେ ବଢ଼ୁଛି, କେବଳ ସହରାଞ୍ଚଳରେ ହିଁ ସଂକ୍ରମଣ ବଢ଼ୁଛି, ଗ୍ରାମାଞ୍ଚଳରେ ନାହିଁ। ଯେହେତୁ ବର୍ତ୍ତମାନ ଅନ୍ତଃରାଜ୍ୟ କଟକଣା ନାହିଁ, ବାଣିଜ୍ୟ ବ୍ୟବସାୟ ଉପରେ କଟକଣା ନାହିଁ, ଲୋକମାନଙ୍କ ଯାତାୟତ ହେଉଛି, ଲୋକ ଏକାଠି ହେଉଛନ୍ତି, ସେସବୁ ସ୍ଥାନରେ ସଂକ୍ରମଣ ଅଧିକ ରହୁଛି । ଆମ ରାଜ୍ୟରେ TPR ଅନୁସାରେ କଟକ, ପୁରୀ, ଖୋର୍ଦ୍ଧାର ସହରାଞ୍ଚଳରେ ସଂକ୍ରମଣ ଅଧିକ ରହିଛି ।