ଭୁବନେଶ୍ବର:ଦେଶର କିଛି ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ହୋଇଥିବାବେଳେ ଘାରିଲାଣି ଚତୁର୍ଥ ଲହର ଭୟ, ତେବେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ମାକ୍ସ ପିନ୍ଧିବା କଟକଣା ହଟି ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଇଛି ।
ଭିଡ଼ ସ୍ଥାନକୁ ଗଲେ ମାକ୍ସ ପିନ୍ଧନ୍ତୁ । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବାବେଳେ ଆମ ରାଜ୍ୟର ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ 10 ରୁ 20 ମଧ୍ୟରେ ରହୁଛି । ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ।