ଭୁବନେଶ୍ବର: ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ସେପ୍ଟେମ୍ବର ୨୮ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ଫେରିବା ନେଇ ଅନୁମାନ ରହିଛି । ପ୍ରଭାବରେଆସନ୍ତା ୨୪ ଘଣ୍ଟା (୨୬ ସେପ୍ଟେମ୍ବର, ଶନିବାର) ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ ବୋଲି ପୂର୍ବାନୁମାନ ରହିଛି ।
ବଜ୍ରପାତ ସହ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର
ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ସେପ୍ଟେମ୍ବର ୨୮ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ଫେରିବା ନେଇ ଅନୁମାନ ରହିଛି ।
ବଜ୍ରପାତ ସହ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ଭିତରେ ଉତ୍ତର ଆଭ୍ୟନ୍ତରୀଣ ଉତ୍ତର ଉପକୂଳ ଏବଂ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଢେଙ୍କାନାଳ ଭୁବନରେ ସର୍ବାଧିକ ୬୮.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଯାଜପୁର ସୁକିନ୍ଦାରେ ୩୫.୦ ମିଲିମିଟର, ତେଲକୋଇରେ ୩୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ