ଭୁବନେଶ୍ବର: ଉତ୍ତର ଦକ୍ଷିଣରେ ଏକ ଟ୍ରପ ଲାଇନ ପଶ୍ଚିମବଙ୍ଗର ସାବରୀମାଳା ଠାରୁ ଆଭ୍ୟନ୍ତରୀଣ ଓଡିଶା ଉପର ଦେଇ ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ପୁରୀ, ଗଞ୍ଜାମ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କନ୍ଧମାଳ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାର ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।
ଘନକୁହୁଡି ନେଇ ସତର୍କ ସୂଚନା - meteorological deptartment
ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ଭଦ୍ରକ, ବଲାଙ୍ଗୀର, ଯାଜପୁର ଏବଂ ସୋନପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ଆସନ୍ତା ଦିନେ ଦୁଇ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ ରୁ ୫ ଡିଗ୍ରୀ ହ୍ରାସ ପାଇବ ଏବଂ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ସୁଧାକର ମଲ୍ଲିକ ସୂଚନା ଦେଇଛନ୍ତି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ