ଓଡିଶା

odisha

ETV Bharat / city

କାଲିଠୁ ପ୍ରବଳ ବର୍ଷିବ, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - yellow warning for 13 districts

ଆସନ୍ତା 24 ଘଣ୍ଟା ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା । ସେଥିପାଇଁ 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ।

_weather update: Heavy rain in next 24 hours, yellow warning for 13 districts by RMC BBSR
କାଲିଠୁ ପ୍ରବଳ ବର୍ଷିବ, 13 ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି

By

Published : Sep 24, 2020, 9:38 PM IST

ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା । ସେଥିପାଇଁ 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଶୁକ୍ରବାର (୨୫ ସେପ୍ଟେମ୍ବର) ସୁଦ୍ଧା ବଜ୍ରପାତ ସହ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି 13 ଜିଲ୍ଲା ମଧ୍ୟରେ ରହିଛି, ନୂଆପଡା, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

କାଲିଠୁ ପ୍ରବଳ ବର୍ଷିବ, 13 ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଅନୁଗୁଳ ଜିଲ୍ଲା ରେଙ୍ଗାଲୀରେ ସର୍ବାଧିକ ୩୨.୨ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ମୟୂରଭଞ୍ଜ ତିରିଙ୍ଗରେ ୨୬.୨ ମିଲିମିଟର ହରଭଙ୍ଗାରେ ୨୩.୦ ମିଲିମିଟର, ବରଗଡ଼ ଜିଲ୍ଲା ଅମ୍ବାଭୋନାରେ ୧୯.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

କାଲିଠୁ ପ୍ରବଳ ବର୍ଷିବ, 13 ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି

ପାରଳାଖେମୁଣ୍ଡିରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ପହିଲାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୧୨୨.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଝାରସୁଗୁଡା ଓ ମାଲକାନଗିରିରେ ସ୍ବାଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି ।

୨୪ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ପୁରୀ, ଖୋର୍ଦ୍ଧା, ବାଲେଶ୍ବର ଓ ଗଜପତିରେ କମ ବର୍ଷା ହୋଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମୁଖ୍ୟ ଏଚ. ଆର. ବିଶ୍ବାସ।

କାଲିଠୁ ପ୍ରବଳ ବର୍ଷିବ, 13 ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details