ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୪.୫ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହାସହ ମୌସୁମୀ ଜନିତ ନିମ୍ନ ଚାପରେଖ ରାଜସ୍ଥାନର ଯଶଲମେରରୁ ବାହାରି ମଧ୍ୟପ୍ରଦେଶ, ସମ୍ବଲପୁର ଏବଂ ବାଲେଶ୍ୱର ଦେଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ।
ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗର ନିୟାମକ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟର କିଛି କିଛି ସ୍ଥାନ ଯେପରିକି ଗଞ୍ଜାମ, କନ୍ଧମାଳ, ଗଞ୍ଜାମ ବୈଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇ ଥିବାବେଳେ ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା ପୁରୀ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ଲାଗି ରହିଛି । ତେବେ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।