ଭୁବନେଶ୍ବର :ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୮ତାରିଖ ଯାଏଁ ପ୍ରବଳ ବର୍ଷିବ । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ବଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫. ୮ କିମି ପର୍ଯ୍ୟନ୍ତ ବ୍ୟାପିଛି ।
ଲଘୁଚାପ ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, କନ୍ଧମାଳ, ନୟାଗଡ଼ ବୌଦ୍ଧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।