ଓଡିଶା

odisha

By

Published : Sep 23, 2019, 10:39 PM IST

ETV Bharat / city

୨୪ ଘଣ୍ଟାରେ ଉପକୂଳ-ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋମବାର   ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି ।

ଫଟୋ ସୌଜନ୍ୟ:ସମ୍ବାଦଦାତା,ଭୁବନେଶ୍ବର

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋମବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା,ଭୁବନେଶ୍ବର


ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରାପଡା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ 2୪ ଘଣ୍ଟା ପରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ହବିବୁର ରେହମାନ ବିଶ୍ବାସ ସୂଚନା ଦେଇଛନ୍ତି।


ତେବେ ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ସ୍ବଭାବିକ ହୋଇଛି। ବାଲେଶ୍ବର ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ଭିତରେ ଭଦ୍ରକ ଜିଲ୍ଲାରେ ସର୍ବାଧିକ ୬୩.୦ମିମି ବର୍ଷା ରେକର୍ଡ କରାଯାଇଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ କୌଣସି ବାରଣ କରାଯାଇନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି ।


ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details