ଓଡିଶା

odisha

ETV Bharat / city

ବଙ୍ଗୋପସାଗରରେ ଲଘୁଚାପ, 5 ଜିଲ୍ଲାରେ ପ୍ରବଳ ବର୍ଷା - ପ୍ରବଳ ବର୍ଷା

ଉତ୍ତର ପଶ୍ଚିମ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି 5 ଜିଲ୍ଲାରେ ପ୍ରବଳ ବର୍ଷା
ଆଜି 5 ଜିଲ୍ଲାରେ ପ୍ରବଳ ବର୍ଷା

By

Published : Oct 1, 2020, 12:58 PM IST

ଭୁବନେଶ୍ବର: ଉତ୍ତର ପଶ୍ଚିମ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ବିଶେଷ କରି ଟ୍ବିନ ସିଟିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଟ୍ବିନସିଟିକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଲଘୁଚାପ କାରଣରୁ 5ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଉଛି ଜଗସିଂହପୁର,କଟକ, ପୁରୀ, କେନ୍ଦ୍ରାପଡା ଏବଂ ଢେଙ୍କାନାଳ । ଏହି ଜିଲ୍ଲାମାନଙ୍କରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି 5 ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

ABOUT THE AUTHOR

...view details