ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରାୟଗଡା, ଗଜପତି, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ ୭୪.୬ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲା କଲମପୁରରେ ୫୫.୦ ମିମି, ରାୟଗଡା ଜିଲ୍ଲା ଗୁଡାରିରେ ୩୯.୭ ମିମି, ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ୩୭.୮ ମିମି ବର୍ଷା ରେକର୍ଡ କରାଯାଇଛି । ପାରଳାଖେମୁଣ୍ଡିରେ ସର୍ବାଧିକ 37.0 ଡିଗ୍ରୀ ସିସି ତାପମାତ୍ରା ରେକର୍ଡ କରାଯାଇଛି ।