ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଟ୍ବିନ ସିଟିରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୱାର୍ଣ୍ଣିଂ ଜାରି କରିଛି ।
ଟ୍ବିନ ସିଟିରେ ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ - ଟ୍ବିନ ସ୍ବିଟିରେ ପ୍ରବଳ ବର୍ଷା
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଟ୍ବିନ ସିଟିରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୱାର୍ଣ୍ଣିଂ ଜାରି କରିଛି ।
![ଟ୍ବିନ ସିଟିରେ ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ଟ୍ବିନ ସିଟିରେ ପ୍ରବଳ ବର୍ଷା](https://etvbharatimages.akamaized.net/etvbharat/prod-images/768-512-9003985-thumbnail-3x2-h.jpg)
ଟ୍ବିନ ସିଟିରେ ପ୍ରବଳ ବର୍ଷା
ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଅନେକ ସ୍ଥାନରେ ଜଳବନ୍ଦୀ, ମାଟି ଧସିବାର ମଧ୍ୟ ସମ୍ଭାବନା ରହିଛି । ପ୍ରବଳ ବର୍ଷା କାରଣରୁ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆଗାମୀ 24 ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ
Last Updated : Oct 1, 2020, 12:40 PM IST