ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ତେବେ ଆଗାମୀ 4-5 ଦିନ ପରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତ ୨୪ ଘଣ୍ଟାରେ କେନ୍ଦୁଝର ଜିଲ୍ଲାର ସୁଆମପାଟଣାରେ ସର୍ବାଧିକ 25.8 ମିଲିମିଟର ବର୍ଷା ରେକର୍ଡ କରାଯାଇଛି । 5ଟି ଜିଲ୍ଲାରେ 20ରୁ 30 ପ୍ରତିଶତ କମ ବର୍ଷା ରେକର୍ଡ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।