ଭୁବନେଶ୍ବର:ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଚି ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି । ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି । ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ଏହା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ 10 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorological Centre) । ସକ୍ରିୟ ସଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପଶ୍ଚିମ ଏବଂ ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ପାର୍ଶ୍ବବର୍ତ୍ତୀ ତଥା ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ତିନି ପ୍ରକାର ପାଣିପାଗ ପ୍ରଭାବରେ ଆଗାମୀ 24 ଘଣ୍ଚାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ସକ୍ରିୟ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଏହାର ପ୍ରଭାବରେ ନୟାଗଡ଼, ଗଞ୍ଜାମ,ଗଜପତି, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶାର ଉପକୂଳ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଭ୍ୟନ୍ତରୀଣ ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।